Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ...

  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍

  • ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

ରାଜ୍ୟ
Home ›› ରାଜ୍ୟ ››ଏପ୍ରିଲରେ ପ୍ରଚଣ୍ଡ ଖରା, ଆକାଶରୁ ବର୍ଷିବ ନିଆଁ

ଏପ୍ରିଲରେ ପ୍ରଚଣ୍ଡ ଖରା, ଆକାଶରୁ ବର୍ଷିବ ନିଆଁ

2025-04-01 09:49:39
15392
Share:
Facebook
Twitter
E-Mail
WhatsApp
Telegram
ଏପ୍ରିଲରେ ପ୍ରଚଣ୍ଡ ଖରା, ଆକାଶରୁ ବର୍ଷିବ ନିଆଁ

ଭୁବନେଶ୍ବର : ଏପ୍ରିଲରେ ନିଆଁ ବର୍ଷିବ। ଅସହ୍ୟ ତାତି ଅନୁଭୂତ ହେବ। ରାଜ୍ୟରେ ଗ୍ରୀଷ୍ମଲହରୀ ସ୍ବାଭାବିକରୁ ଅଧିକ ଦିନ ରହିବ; ପ୍ରଚଣ୍ଡ ଖରା ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଅଧିକ ରହିବ। ଉପକୂଳବର୍ତ୍ତୀ ଜିଲାରେ ତାତି ସାମାନ୍ୟ କମ୍ ରହିପାରେ। ଚଳିତ ମାସରେ ଆଭ୍ୟନ୍ତରୀଣ କାଳବୈଶାଖୀ ଜନିତ ଝଡ଼ବର୍ଷା କମ ରହିବାର ସମ୍ଭାବନା ଥିବାବେଳେ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ପରିମାଣ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସେହିପରି ଆସନ୍ତା ୫ରୁ ୬ ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ମଧ୍ୟ ରହିଛି। ସାରା ଦେଶରେ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। କେନ୍ଦ୍ରୀୟ ଏବଂ ପୂର୍ବ ଭାରତ ଏବଂ ଉତ୍ତର-ପଶ୍ଚିମ ସମତଳ ଅଞ୍ଚଳରେ ଭୀଷଣ ଗ୍ରୀଷ୍ମପ୍ରବାହ ହେବ। ଦେଶର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଭାରତର ପଶ୍ଚିମ ଦ୍ବୀପପୁଞ୍ଜ, ପୂର୍ବ-କେନ୍ଦ୍ରୀୟ ଏବଂ ପୂର୍ବ ଭାରତର କିଛି ଅଞ୍ଚଳରେ ତାପମାତ୍ରା ସ୍ବାଭାବିକ ରହିବ।

ଏପ୍ରିଲରେ ଦକ୍ଷିଣ ଦ୍ବୀପପୁଞ୍ଜ, ଉତ୍ତର-ପଶ୍ଚିମ ଭାରତର କିଛି ଅଞ୍ଚଳରେ ସର୍ବାଧିକ ତାପମାତ୍ରା ସ୍ବାଭାବିକ ରହିବା ସହିତ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ପାରଦ ସ୍ବାଭାବିକରୁ ଅଧିକ ରହିବ। ଏପ୍ରିଲରୁ ଜୁନ୍ ମଧ୍ୟରେ ଉତ୍ତର ଭାରତ, ପୂର୍ବ ଦ୍ବୀପପୁଞ୍ଜ, କେନ୍ଦ୍ରୀୟ ଅଞ୍ଚଳ, ପୂର୍ବ ଭାରତ ଏବଂ ଉତ୍ତର-ପଶ୍ଚିମ ଭାରତର ଅନେକ ଅଞ୍ଚଳରେ ଗ୍ରୀଷ୍ମଲହରୀ ଲାଗି ରହିବ।

ଚଳିତ ମାସରେ ପୂର୍ବ ଭାରତ, କେନ୍ଦ୍ରୀୟ ଭାରତରେ ଗ୍ରୀଷ୍ମପ୍ରବାହ ଦିନ ସଂଖ୍ୟା ଅଧିକ ରହିବା ସମ୍ଭାବନା ରହିଛି। ଏପ୍ରିଲରୁ ଜୁନ ମଧ୍ୟରେ ଉତ୍ତର-ପଶ୍ଚିମ ଭାରତର କିଛି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିବା ସହିତ ଅବଶିଷ୍ଟ ସ୍ଥାନରେ ତାପମାତ୍ରା ସ୍ବାଭାବିକରୁ ଅଧିକ ରହିବ ବୋଲି ଆକଳନ କରାଯାଇଛି। ଦେଶରେ ବର୍ଷା ସ୍ବାଭାବିକ ରହିବ। ଉତ୍ତର-ପଶ୍ଚିମ, ଉତ୍ତର-ପୂର୍ବ, ପଶ୍ଚିମ-କେନ୍ଦ୍ରୀୟ ଭାରତରେ ବର୍ଷା ପରିମାଣ ସ୍ବାଭାବିକ କିମ୍ବା ସ୍ବାଭାବିକରୁ ଅଧିକ ରହିପାରେ। ଅବଶିଷ୍ଟ ଅଞ୍ଚଳରେ ବର୍ଷା ସ୍ବାଭାବିକଠାରୁ କମ ରହିପାରେ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ସେ କହିଛନ୍ତି ସ୍ବାଭାବିକଠାରୁ ଅଧିକ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାକୁ ଥିବା ରାଜ୍ୟଗୁଡ଼ିକ ମଧ୍ୟରେ ରାଜସ୍ଥାନ, ଗୁଜରାଟ, ହରିୟାଣା, ପଞ୍ଜାବ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ଛତିଶଗଡ଼, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକର ଉତ୍ତର ଅଂଶ ଏବଂ ତାମିଲନାଡୁ ଅନ୍ତର୍ଭୁକ୍ତ ରହିଛି। ଦେଶର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଉତ୍ତର-ପଶ୍ଚିମ ଏବଂ ଉତ୍ତର-ପୂର୍ବର କିଛି ସ୍ଥାନ ବ୍ୟତୀତ ଯେଉଁଠାରେ ତାପମାତ୍ରା ସ୍ୱାଭାବିକ କିମ୍ବା ସାମାନ୍ୟ କମ ହୋଇପାରେ।

ଅନ୍ୟପକ୍ଷରେ ଗତ କିଛିଦିନ ହେଲା, ରାଜ୍ୟରେ ଗ୍ରୀଷ୍ମପ୍ରବାହ ଲାଗି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ଡିଗ୍ରୀ ଅତିକ୍ରମ କରିଥିବା ବେଳେ ଭୁବନେଶ୍ବରରେ ପାରଦ ୪୦ଡିଗ୍ରୀ ଟପିଥିଲା। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସମ୍ଭାବନା ରହିଛି। ଏହାଫଳରେ ତାପମାତ୍ରା କମିବା ସମ୍ଭାବନା ରହିଛି।

ଦକ୍ଷିଣ ଛତିଶଗଡ଼ ଏବଂ ମଧ୍ୟ ମହାରାଷ୍ଟ୍ର, ବିଦର୍ଭ ମଧ୍ୟରେ ଏକ ନିମ୍ନଚାପରେଖା ଏବଂ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ଜନିତ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ ଏବଂ ଅନୁଗୋଳ ଜିଲାରେ ବଜ୍ରପାତ ସହିତ ଝଡ଼ବର୍ଷା ହୋଇପାରେ। କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବ। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Powered by Froala Editor

Tags Temperature

Related articles Odisha News Lens 4.1

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15444
    Sep 09, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15414
    Sep 09, 2026
  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ :  ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି
    ଦେଶ-ଦେଶାନ୍ତର

    ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି

    14344
    Sep 08, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14332
    Sep 09, 2026
  • ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ
    ଜିଲ୍ଲା ପରିକ୍ରମା

    ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

    15572
    Sep 08, 2026
  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍
    ଦେଶ-ଦେଶାନ୍ତର

    ଆସିଲା ୮ମ ବେତନ ଆୟୋଗର ଅପଡେଟ୍

    13656
    Sep 08, 2026
  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି
    ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    13989
    Sep 08, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13474
    Sep 09, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14480
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15414
    Sep 09, 2026
  • ବାଣିଜ୍ୟ

    ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13526
    Sep 08, 2026
  • ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14332
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17085
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17749
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17752
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18156
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15444
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14526
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13837
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14643
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14949
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13526
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14419
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15027
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14986
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍

    13656
    Sep 08, 2026
  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି

    14344
    Sep 08, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15444
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In