Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ରାଜ୍ୟ
Home ›› ରାଜ୍ୟ ››ଡବଲ ଇଞ୍ଜିନ ସରକାରର ସୁବିଧା ଓ ଶିଳ୍ପ ଅନୁକୂଳ ବାତାବରଣ ଯୋଗୁଁ ରାଜ୍ୟରେ ପୁଞ୍ଜିନିବେଶ ବଢ଼ୁଛି: ମୁଖ୍ୟମନ୍ତ୍ରୀ

ଡବଲ ଇଞ୍ଜିନ ସରକାରର ସୁବିଧା ଓ ଶିଳ୍ପ ଅନୁକୂଳ ବାତାବରଣ ଯୋଗୁଁ ରାଜ୍ୟରେ ପୁଞ୍ଜିନିବେଶ ବଢ଼ୁଛି: ମୁଖ୍ୟମନ୍ତ୍ରୀ

2025-04-04 05:57:30
15806
Share:
Facebook
Twitter
E-Mail
WhatsApp
Telegram
ଡବଲ ଇଞ୍ଜିନ ସରକାରର ସୁବିଧା ଓ ଶିଳ୍ପ ଅନୁକୂଳ ବାତାବରଣ ଯୋଗୁଁ ରାଜ୍ୟରେ ପୁଞ୍ଜିନିବେଶ ବଢ଼ୁଛି: ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲାରେ ଗୁରୁବାର ୧୩ ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହିତ ଗୋଟିଏର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଖୋର୍ଦ୍ଧା ନିକଟବର୍ତ୍ତୀ ହଳଦୀପଦା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ନୂଆ ସରକାର ଆସିବା ପରେ ରାଜ୍ୟରେ ଶିଳ୍ପାୟନ ପାଇଁ ଯେତେ ସବୁ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି, ସେ ସବୁକୁ କାର୍ଯ୍ୟକାରୀ କରିବା ପାଇଁ ଏକ ନିର୍ଦିଷ୍ଟ ଯୋଜନା ଅନୁସାରେ ଆମର କାର୍ଯ୍ୟ ଜାରି ରହିଛି। ଏହି ୧୪ଟି ଶିଳ୍ପରେ ପ୍ରାୟ ୬ ହଜାର କୋଟି ଟଙ୍କା ବିନିଯୋଗ କରାଯାଉଛି। ଉଦ୍ୟୋଗଗୁଡ଼ିକ ପୂର୍ଣ୍ଣକ୍ଷମ ହେଲେ ୩୭ ହଜାରରୁ ଅଧିକ ଯୁବଗୋଷ୍ଠୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଏହା କେବଳ ଆରମ୍ଭ ମାତ୍ର। ଆଗାମୀ ଦିନରେ ଓଡ଼ିଶାରେ ସବୁ ଜିଲାରେ ଶିଳ୍ପ ପ୍ରତିଷ୍ଠା ହେବ। ଆଜିର ପ୍ରକଳ୍ପ ମଧ୍ୟରେ ପୋଷାକ ପ୍ରସ୍ତୁତି, ପ୍ୟାକେଜିଙ୍ଗ,
ଖାଦ୍ୟ ପ୍ରକ୍ରିୟାକରଣ, କ୍ୟାପିଟାଲ ଗୁଡସ୍‍ ଓ ରେଳ ଚକ ନିର୍ମାଣ ରହିଛି। ଏ ଗୁଡ଼ିକ ଆଧୁନିକ ଅର୍ଥନୀତିର ବାର୍ତ୍ତାବହ। ଡବଲ ଇଞ୍ଜିନ ସରକାରର ସୁବିଧା ଓ ଶିଳ୍ପ ଅନୁକୂଳ ବାତାବରଣ ଯୋଗୁଁ ରାଜ୍ୟରେ ପୁଞ୍ଜିନିବେଶ ବଢ଼ୁଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି।
ଯୁବ ସମାଜକୁ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ସହିତ ଶିଳ୍ପ ପ୍ରତିଷ୍ଠାନ ପାଇଁ ପ୍ରସ୍ତୁତ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ବୃତ୍ତିଗତ ଓ ବୈଷୟିକ ଶିକ୍ଷାରେ ଝିଅମାନଙ୍କୁ ସଶକ୍ତ କରିବା ପାଇଁ ସୁଦକ୍ଷା ଯୋଜନା ଓ ଯୁବପିଢ଼ିଙ୍କୁ ଉଦ୍ୟୋଗୀ କରିବା ପାଇଁ ନାନୋ ୟୁନିକର୍ଣ୍ଣ ଯୋଜନା ଯୁବବର୍ଗଙ୍କ ମଧ୍ୟରେ ବୈପ୍ଲବିକ ପରିବର୍ତ୍ତନ ଆଣିବ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଉତ୍କର୍ଷ ଓଡ଼ିଶା ମେକ-ଇନ ଓଡ଼ିଶା କନକ୍ଲେଭ ଆଶାଠାରୁ ଅନେକ ଗୁଣରେ ସଫଳତା ପାଇଛି। ଏଥିରେ ପ୍ରାୟ ୧୭ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଥିଲା। ସେଥିମଧ୍ୟରୁ ୧୩ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ଏବଂ ଏହାଦ୍ୱାରା ୧୩ ଲକ୍ଷ ନିଯୁକ୍ତିର ସମ୍ଭାବନା ସୃଷ୍ଟି ହୋଇଛି। ଆଜି ଉଦ୍‍ଘାଟିତ ବରୁଣ ବେଭରେଜ ପ୍ଲାଣ୍ଟରେ ବହୁସଂଖ୍ୟକ ଓଡ଼ିଆ ଯୁବକଙ୍କ ନିଯୁକ୍ତିକୁ ନେଇ ସେ ଖୁସିବ୍ୟକ୍ତ କରିଥିଲେ। ଶିଳ୍ପାଞ୍ଚଳରେ ଦିନ୍‍ ଦୟାଲ କର୍ମଚାରୀ ନିବାସ ଯୋଜନାରେ ଘର ଯୋଗାଇ ଦେବାପାଇଁ ବ୍ୟବସ୍ଥା କରାଯାଉଛି। ଏମ୍ଏସ୍‌ଏମ୍‌ଇ କ୍ଷେତ୍ରରେ କାମ କରୁଥିବା ୧୫ରୁ ୨୦ ହଜାର ଶ୍ରମିକମାନଙ୍କ ପାଇଁ ୫ଟି ହଷ୍ଟେଲ କରାଯିବ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ଶିଳ୍ପପତି ଓ ଶ୍ରମିକମାନଙ୍କୁ ଆହ୍ୱାନ ଦେଇ କହିଥିଲେ ଯେ, ଶିଳ୍ପପତି, ଶ୍ରମିକ ଓ ସରକାର ଏହି ତିନି କ୍ଷେତ୍ର ମଧ୍ୟରେ ସମନ୍ୱୟ ରହିଲେ ପ୍ରଗତି ଆସିବ।
କାର୍ଯ୍ୟକ୍ରମରେ ଶିଳ୍ପ ତଥା ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ଯେ, ଉତ୍କର୍ଷ ଓଡ଼ିଶା ଆୟୋଜନର ୨ ମାସ ମଧ୍ୟରେ ଆଜି ଏଠାରେ ଶିଳ୍ପ ପ୍ରତିଷ୍ଠା ହେବାକୁ ଯାଉଛି। ଏସବୁ ଶିଳ୍ପାନୁଷ୍ଠାନ ଗୁଡ଼ିକରେ ସ୍ଥାନୀୟ ଯୁବଗୋଷ୍ଠୀ ଅଧିକ ନିଯୁକ୍ତି ପାଇବେ। ବରୁଣ ବେଭରେଜର ଏହି ପେପ୍‍ସି ପ୍ଲାଣ୍ଟ ପ୍ରତିଷ୍ଠା ଦ୍ୱାରା ଆଗାମୀ ଦିନରେ ଆହୁରି ଅନେକ ବେଭରେଜ କମ୍ପାନୀ ମଧ୍ୟ ଏଠାରେ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଆସିବେ। କାର୍ଯ୍ୟକ୍ରମରେ ଜଟଣୀ ବିଧାୟକ ବିଭୂତି ଭୂଷଣ ବଳବନ୍ତରାୟ କହିଥିଲେ ଯେ, ଦଳମତ ନିର୍ବିଶେଷରେ ଏହି ବିକାଶ କାର୍ଯ୍ୟକୁ ଆମେ ସମସ୍ତେ ସହଯୋଗ କରିବା। ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ କହିଥିଲେ, ଖୋର୍ଦ୍ଧା ଜିଲାର ପ୍ରଗତିର ଧାରାକୁ ଏହି ଶିଳ୍ପାୟନ ଆହୁରି ତ୍ୱରାନ୍ୱିତ କରିବ। କାର୍ଯ୍ୟକ୍ରମରେ ଉପସ୍ଥିତ ଶିଳ୍ପପତିମାନେ ଓଡ଼ିଶା ସରକାରଙ୍କ ପକ୍ଷରୁ ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ପାଇଁ ଯେଭଳି ସହଯୋଗ ମିଳୁଛି ତାହା ଅନ୍ୟ କୌଣସି ରାଜ୍ୟରେ ଦେଖିବାକୁ ମିଳେନାହିଁ ବୋଲି କହିଥିଲେ। ଶିଳ୍ପବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ଓ ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରାଣା ଧନ୍ୟବାଦ ଅର୍ପଣ କରିଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15693
    Sep 09, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15665
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14887
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14760
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15525
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13407
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14580
    Sep 09, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14730
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14250
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14250
    Sep 10, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14730
    Sep 09, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13699
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17754
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18160
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15693
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14557
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13867
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14672
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14977
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13745
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14635
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14991
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13407
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14887
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13699
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In