ଆସୁଛି ଲଘୁଚାପ, ତାତିରୁ ମିଳିବ ଆଶ୍ୱସ୍ତି

ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ଥିବା ବେଳେ ଲୋକଙ୍କୁ ଆଶସ୍ତି ମିଳିପାରିବ। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୮ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ରହିଛି। ଏହି ସବୁ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପିଛା ୩୦ରୁ ୪୦ କିମି ରହିପାରେ।
ସେହିପରି ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ, ନବରଙ୍ଗପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୩୦ ରୁ ୪୦ କିମି ବେଗରେ ଧୁଳିଆ ପବନ ହେବାର ସମ୍ଭାବନା ରହିଛି।
ଗୁରୁବାର ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର, ଅନୁଗୋଳ, ଦେଓଗଡ଼, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି।
ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ରାଜ୍ୟବାସୀଙ୍କ ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ଆସିପାରେ। ପାଣିପାଗ ବିଭାଗ ଅନୁଯାୟୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିଲା ବେଳେ ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବ।
Powered by Froala Editor