ତାତିରୁ ମୁକ୍ତି, ୯ରୁ ବର୍ଷା

ବଙ୍ଗୋପସାଗର ମଧ୍ୟଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପରବର୍ତ୍ତୀ ୪୮ ଘଣ୍ଟା ସାମାନ୍ୟ ଉତ୍ତର ଆଡ଼କୁ ଗତି କରିବ। ଏହି ପ୍ରଭାବରେ ୯ ତାରିଖରୁ ଆରମ୍ଭ ହେବ ବର୍ଷା।
ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତେବେ ଲଘୁଚାପ ଜନିତ ବର୍ଷା ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି ଆଣିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଅନ୍ୟପଟେ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ରାୟଗଡ଼ା, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ୮ ତାରିଖ ବେଳକୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ପରିମାଣ ବଢ଼ିପାରେ। ତେଣୁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
Powered by Froala Editor