ମାଟ୍ରିକ୍ ପରୀକ୍ଷାଫଳ କେବେ ପ୍ରକାଶ ପାଇବ ଜାଣନ୍ତୁ
ଭୁବନେଶ୍ୱର : ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷାଫଳ । ଏନେଇ ମଙ୍ଗଳବାର ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି । ଆଉ ୨ ଦିନ ମଧ୍ୟରେ ମାଟ୍ରିକ୍ ଖାତା ଦେଖା ଶେଷ ହେବ । ଏଆଇ ଏବଂ କ୍ୟୁଆର୍ କୋର୍ଡ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ନେଇ କୌଣସି ସସମ୍ୟା ହେବ ନାହିଁ । ଗ୍ରେସ୍ ମାର୍କ ସମ୍ପର୍କରେ ପରିଚାଳନା କମିଟି ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି।
ମାର୍ଚ୍ଚ ୧୯ରୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ ହୋଇଥିଲା। ୩୦ ଜିଲାରେ ୩୧୩୩ ପରୀକ୍ଷା କେନ୍ଦ୍ର ସହ ୩୧୪ଟି ନୋଡାଲ୍ ସେଣ୍ଟର ବ୍ୟବସ୍ଥା କରାଯାଇଥିଲା। ସବୁ ସେଣ୍ଟରରେ ସିସିଟିଭି ଲାଗିଥିବା ବେଳେ ୬୦୦ ସେଣ୍ଟରରେ ଲାଇଟ୍ ବ୍ୟବସ୍ଥା କରାଯାଇଥିଲା। ମୋଟ ୫ ଲକ୍ଷ ୧୦ ହଜାର ୭୭୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।
Powered by Froala Editor