ପାଣ୍ଡିଆନ ଦଳ ପାଇଁ ନୁହେଁ ବରଂ ରାଜ୍ୟ ପାଇଁ ଅନେକ କାମ କରିଛନ୍ତି : ନବୀନ

ଯେଉଁଠି ଦୀର୍ଘ ଚାରି ପାଞ୍ଚ ଦିନ ହେବ ବିଜେଡି ଫାଳ ଫାଳ ହୋଇଗଲାଣି। ବିଜେଡି କର୍ମକର୍ତ୍ତାମାନେ ପାଣ୍ଡିଆନ ଗୋ ବ୍ୟାକ୍ ନାରା ଦେଉଛନ୍ତି। ସେଠି ପୁଣି ଥରେ ଭିକେ ପାଣ୍ଡିଆନଙ୍କ ସପକ୍ଷରେ ବାହାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
ପୂର୍ବତନ ୫ଟି ଅଧ୍ୟକ୍ଷ ଥିବା ଭିକେ ପାଣ୍ଡିଆନଙ୍କ ସପକ୍ଷରେ ମୁହଁ ଖୋଲିଛନ୍ତି ନବୀନ ପଟ୍ଟନାୟକ । ପାଣ୍ଡିଆନଙ୍କୁ ଟାର୍ଗେଟ୍ କରୁଥିବା ନେତାଙ୍କୁ ନବୀନ କଡ଼ା ଜବାବ ଦେଇଛନ୍ତି । ନବୀନ ନିବାସରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ‘ଭିକେ ପାଣ୍ଡିଆନ କେବଳ ଦଳ ପାଇଁ ନୁହେଁ ବରଂ ରାଜ୍ୟ ପାଇଁ ମଧ୍ୟ ଅନେକ କାମ କରିଛନ୍ତି । ତାଙ୍କୁ କୌଣସି ପ୍ରକାର ବଦନାମ କରାଯିବା ଉଚିତ୍ ନୁହେଁ । ସେ ପ୍ରାୟ ୧୦ ମାସ ତଳୁ ପାର୍ଟି ଛାଡ଼ି ସାରିଛନ୍ତି । ସେ କୌଣସି ଦଳୀୟ କାର୍ଯ୍ୟରେ ସାମିଲ ନାହାନ୍ତି । ଦଳୀୟ କାର୍ଯ୍ୟକ୍ରମରେ ତାଙ୍କର କୌଣସି ଭୂମିକା ନାହିଁ।
ଏହା ସହିତ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପାଣ୍ଡିଆନଙ୍କୁ ସମାଲୋଚନା କରିଥିବା ପ୍ରଭାତ ତ୍ରିପାଠୀଙ୍କ ପ୍ରତି କଡ଼ା ମନ୍ତବ୍ୟ ଦେଇଛନ୍ତି । ପ୍ରଭାତ ତ୍ରିପାଠୀ ବିଜେଡି ପାଇଁ ଯେଉଁ ମନ୍ତବ୍ୟ ଦେଉଛନ୍ତି ତାହା ଗ୍ରହଣୀୟ ନୁହେଁ। କାରଣ ପ୍ରଭାତ ତ୍ରିପାଠୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି ବୋଲି କହିଛନ୍ତି ନବୀନ। କିଛି ବର୍ଷ ପୂର୍ବରୁ ଏକ୍ସଫେଲ୍ ହୋଇଥିଲେ। ଏବଂ ଚିଟଫଣ୍ଡ କେସରେ ଜେଲ ଯାଇଥିଲେ। ତାଙ୍କୁ ଦଳରୁ ବହିଷ୍କାର କରାଯାଇଛି।
Powered by Froala Editor