ବନ୍ଦ ଘରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ
କଟକ: କଟକ ବିଡାନାସୀ ଥାନା ଅନ୍ତର୍ଗତ ନୂଆସାହି ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଏକ ବନ୍ଦ ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ଅପରାହ୍ନରେ ଯୁବକ ଜଣକ ଖାଇସାରି ଶୋଇବାକୁ ଯାଇଥିଲେ। ହେଲେ ଦୀର୍ଘ ସମୟ ପର୍ଯ୍ୟନ୍ତ ଉଠିନଥିଲେ। ପରିବାର ଲୋକେ ଭିତର ପଟୁ କବାଟ ବନ୍ଦ ଥିବା ଦେଖି ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ପହଞ୍ଚିବା ପରେ କବାଟ ଭାଙ୍ଗି ବନ୍ଦ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।
Powered by Froala Editor