କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ
ସୋର: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ ମିଳିଛି।
ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଉକ୍ତ ଟ୍ରେନ୍ଟି ଧାମରାରୁ ହାୱଡା ଯାଉଥିଲ।ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ରେଳ ବିଭାଗର ତଦନ୍ତ ଆରମ୍ଭ କରିଛି।
Powered by Froala Editor