୨୨ ମାଓବାଦୀଙ୍କ ଆତ୍ମସମର୍ପଣ

ଛତିଶଗଡ଼: ଛତିଶଗଡ଼ର ସୁକମା ଜିଲାରେ ୨୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀମାନେ ଜିଲା ପୁଲିସ ନିକଟରେ ଆତ୍ମସମର୍ପଣ କରିବା ପରେ ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବାକୁ ପଦକ୍ଷେପ ନିଆଯିବ ବୋଲି ଏସପି କହିଛନ୍ତି।
ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୯ ଜଣ ମହିଳା ରହିଛନ୍ତି। ଏମାନଙ୍କ ମଧ୍ୟରୁ ୧୨ ଜଣଙ୍କ ମୁଣ୍ଡ ଉପରେ ଛତିଶଗଡ଼ ସରକାର ୪୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ଆଦିବାସୀମାନଙ୍କ ଉପରେ ମାଓବାଦୀ ସଂଗଠନ ପକ୍ଷରୁ ଅତ୍ୟାଚାର କରାଯାଉଥିବା ଅଭିଯୋଗ କରି ଏହି ମାଓବାଦୀମାନେ ସଂଗଠନ ଛାଡ଼ିଥିବା କହିଛନ୍ତି।
Powered by Froala Editor