ରେଳ ଧାରଣାରୁ ଉଦ୍ଧାର ହେଲା ଅଜଣା ଯୁବକଙ୍କ ମୃତଦେହ
କଣ୍ଟାବାଞ୍ଜି : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା। ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବତ୍ତର୍ମାନ୍ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନି। ମିଳିଥିବା ସୂଚନା ଅନୁଯାୟୀ ମତେରାୟପୁର ଆଡୁ ଗତି ପରିବର୍ତନ କରି ଆସୁଥିବା ଦ୍ରୁତଗାମୀ ଏକପ୍ରେସ ଟ୍ରେନ ଯୁବକଙ୍କୁ ଧକ୍କା ଦେଇଥିବା ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ଲାଗି କଣ୍ଟାବାଞ୍ଜି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛି।
Powered by Froala Editor