Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ରାଜ୍ୟ
Home ›› ରାଜ୍ୟ ››ଅଙ୍ଗନବାଡ଼ିରୁ ଦ୍ବାଦଶ ଶ୍ରେଣୀ ସ୍କୁଲ ବନ୍ଦ ଆଜିଠୁ

ଅଙ୍ଗନବାଡ଼ିରୁ ଦ୍ବାଦଶ ଶ୍ରେଣୀ ସ୍କୁଲ ବନ୍ଦ ଆଜିଠୁ

2025-04-23 08:39:33
14373
Share:
Facebook
Twitter
E-Mail
WhatsApp
Telegram
ଅଙ୍ଗନବାଡ଼ିରୁ ଦ୍ବାଦଶ ଶ୍ରେଣୀ ସ୍କୁଲ ବନ୍ଦ ଆଜିଠୁ

ଭୁବନେଶ୍ୱର : ଜଳୁଛି ଝାରସୁଗୁଡ଼ା ସମେତ ସମଗ୍ର ପଶ୍ଚିମ ଓଡ଼ିଶା। ୪୬ .୨ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ଦେଶର ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଛି। ୨୫ ତାରିଖ ଯାଏଁ ଝାରସୁଗୁଡ଼ାକୁ ସିଭିୟର ହିଟ୍‌ୱେଭ୍‌ ଚେତାବନୀ ଦିଆଯାଇଛି। ୨୭ ତାରିଖ ଯାଏଁ ରାଜ୍ୟରେ ହିଟ୍‌ୱେଭ ବା ଗ୍ରୀଷ୍ମଲହରୀ ଲାଗି ରହିବ। ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ୨-୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷକରି ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ବରଗଡ଼ ଏବଂ ନୂଆପଡ଼ାରେ ୪୩ ଡିଗ୍ରୀ ଉପରେ ତାପମାତ୍ରା ରହିବ। ୨୭ ତାରିଖରୁ ତାପମାତ୍ରା ୪ ଡିଗ୍ରୀ ଯାଏଁ ହ୍ରାସ ପାଇବ ବୋଲି କୁହାଯାଇଛି। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ପାଇଁ ଆଜିଠାରୁ ଖରା ଛୁଟି ଘୋଷଣା କରିଛନ୍ତି ସରକାର। ଆଜିଠୁ ଅଙ୍ଗନବାଡ଼ି, ଶିଶୁବାଟିକାଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମଙ୍ଗଳବାର ଏ ସମ୍ପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦେଶ ଦେଇଛନ୍ତି।
ନିର୍ଦେଶ ଅନୁଯାୟୀ ଅଙ୍ଗନବାଡ଼ି କେନ୍ଦ୍ର, ଶିଶୁବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଅଙ୍ଗନବାଡ଼ି ପିଲାଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ନିର୍ଦେଶ ଦିଆଯାଇଛି। ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାଙ୍କ ପାଇଁ ରାଜ୍ୟ ସରକାର ଏପ୍ରିଲ ୨୩ରୁ ୫ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ତେବେ ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ନିର୍ଦିଷ୍ଟ ତାରିଖରେ ହେବ। ସମ୍ପୃକ୍ତ ଅଧିକାରୀ ଏଥିପ୍ରତି ଯତ୍ନବାନ ହେବାକୁ ନି‌େ‌ର୍ଦଶ ଦିଆଯାଇଛି। ଏହାସହିତ ହଷ୍ଟେଲ ପିଲାମାନେ ଚାହିଁଲେ ଏହି ଛୁଟି ସମୟରେ ହଷ୍ଟେଲରେ ରହିପାରିବେ।
ପଶ୍ଚିମ ଓଡ଼ିଶା ଉତ୍ତପ୍ତ ପିଣ୍ଡ ପାଲଟିଥିଲାବେଳେ ମଙ୍ଗଳବାର ୧୫ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ ଉପରେ ରହିଛି। ହୀରାକୁଦରେ ୪୪.୭, ସମ୍ବଲପୁର ୪୪.୬, ବୌଦ୍ଧ ୪୪.୫, ଟିଟିଲାଗଡ଼ ୪୪, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ରେ ୪୩.୮ ଡିଗ୍ରୀ ଲେଖାଏଁ, ବଲାଙ୍ଗୀର ୪୩.୨ ଡିଗ୍ରୀ, ଭବାନୀପାଟଣା, ବରଗଡ଼ ଓ ରାଉରକେଲାରେ ୪୨.୮ ଡିଗ୍ରୀ ଲେଖାଏଁ, ଅନୁଗୋଳରେ ୪୨.୩, ନୂଆପଡ଼ା ୪୨, ତାଳଚେର ୪୦.୬ ଏବଂ ପାରଳାଖେମୁଣ୍ଡିରେ ୪୦ ଡିଗ୍ରୀ ତାପମାତ୍ରା ରହିଛି। କଟକରେ ୩୬.୮ ଏବଂ ଭୁବନେଶ୍ବର ୩୬.୭ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି। ଝାରସୁଗୁଡ଼ାରେ ୧୫ ବର୍ଷ ପରେ ତାପମାତ୍ରା ୪୬ ଡିଗ୍ରୀ ପାର କରିଛି। ୨୦୧୦ ଏପ୍ରିଲ ୨୦ରେ ୪୬.୧ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଥିଲା। ଗତକାଲି ଝାରସୁଗୁଡ଼ା ରାଜ୍ୟରେ ସବୁଠୁ ଉତ୍ତପ୍ତ ସ୍ଥାନ ଥିବାବେଳେ  ସକାଳ ୮ଟାରେ ଏଠାରେ ତାପମାତ୍ରା ୩୫ ଡିଗ୍ରୀ ପାଖାପାଖି ରହିଥିଲା। ଦିନ ୨ଟା ବେଳେ ୪୪ ଡିଗ୍ରୀ ଟପି ଯାଇଥିଲା। ଆସନ୍ତାକାଲି ମଧ୍ୟ ଏଠାରେ ପ୍ରବଳ ଗ୍ରୀଷ୍ମଲହରୀ ପ୍ରବାହିତ ହେବ। ଏଥିନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ରାଜ୍ୟର କେତେକ ସ୍ଥାନରେ ରାତିରେ ମଧ୍ୟ ଭୀଷଣ ଉଷ୍ଣତା ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ସେହିପରି ଉପକୂଳ ଓଡ଼ିଶାରେ ଉଷ୍ଣ-ଆର୍ଦ୍ର ପରିସ୍ଥିତି ଲାଗି ରହିବ।
ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡି ଏବଂ ସୁବର୍ଣ୍ଣପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହିଟ୍‌ୱେଭ୍‌ ଅନୁଭୂତ ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ଅନୁଗୋଳ, ନୂଆପଡ଼ା, ଦେବଗଡ଼କୁ ଗ୍ରୀଷ୍ମ ଲହରୀ ଏବଂ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ଉଷ୍ଣ -ଆର୍ଦ୍ର ସ୍ଥିତି ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ସମ୍ବଲପୁର, ସୁନ୍ଦରଗଡ଼ ଏବଂ ବଲାଙ୍ଗୀରରେ ରାତିରେ ଉଷ୍ଣତା ସ୍ଥିତି ଲାଗି ରହିବ, ଏନେଇ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଗ୍ରୀଷ୍ମଲହରୀ ଓ ଗୁଳୁଗୁଳି ଲାଗି ରହିଥିବାରୁ ଅସୁସ୍ଥତା ଦେଖାଦେଇପାରେ। ବିଶେଷକରି ଶିଶୁ, ଗର୍ଭବତୀ, ଅସୁସ୍ଥ ଏବଂ ବୃଦ୍ଧବୃଦ୍ଧାଙ୍କ ପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ବାହାରକୁ ଯିବା ସମୟରେ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖରାରେ ଅଧିକ ସମୟ ନ ରହିବା, କଠିନ ପରିଶ୍ରମ ନ କରିବା, ଅଧିକ ପାଣି, ଓଆରଏସ୍, ଦହି ପିଇବାକୁ ପରାମର୍ଶ ଦିଆଯାଇଛି। ୨୭ ତାରିଖ ପରେ ପଶ୍ଚିମ ଓଡ଼ିଶାରେ ତାପମାତ୍ରାରେ ୪ ଡିଗ୍ରୀ ଯାଏଁ ହ୍ରାସ ପାଇବ ବୋଲି କୁହାଯାଇଛି।

Powered by Froala Editor

Tags Temperature

Related articles Odisha News Lens 4.1

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14651
    Oct 20, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14306
    Oct 18, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15120
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15516
    Oct 20, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14273
    Oct 18, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15800
    Oct 19, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15304
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15280
    Oct 20, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15441
    Oct 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14273
    Oct 18, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15441
    Oct 19, 2026
  • ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14651
    Oct 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17199
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17894
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17840
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18265
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14694
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15406
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14749
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14844
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15845
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14628
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13994
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15112
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15821
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15800
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ

    15120
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15516
    Oct 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In