ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ

କ୍ୟାବିନେଟ୍ରେ ବୁଧବାର ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହୋଇଛି । ମହିଳା ଏବଂ ଶିଶୁ କଲ୍ୟାଣ ସେବାକୁ ଆଗକୁ ବଢାଇବା ପାଇଁ ଓଡ଼ିଶା ଶିଶୁ ଏବଂ ମହିଳା କଲ୍ୟାଣ ସେବା ନିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରାଯାଇଛି, ଯାହା ଦ୍ୱାରା ଜୁନିଅର ଗ୍ରେଡ୍ ପଦବୀ ପାଇଁ ଆବେଦନ କରୁଥିବା ଅଙ୍ଗନୱାଡି କର୍ମୀଙ୍କ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ହାଇସ୍କୁଲ ପାସ୍ ପରିବର୍ତ୍ତେ ସ୍ନାତକ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି। ମୋଟ୍ ୫ଟି ବିଭାଗର ୬ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବକୁ ଆଲୋଚନା ପରେ ଅନୁମୋଦନ କରାଯାଇଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି।
ଏହି କ୍ରମରେ ଅଙ୍ଗନବାଡ଼ି ସୁପର୍ଭାଇଜର୍ ଚାକିରି ପାଇଁ ଏଣିକି ଆଶାୟୀ ସ୍ନାତକ କରିଥିବା ଆବଶ୍ୟକ । ପୂର୍ବରୁ ମାଟ୍ରିକ୍ ପାସ୍ କରିଥିବା ଆଶାୟୀ ଏହି ଚାକିରି ପାଇଁ ଆବେଦନ କରିପାରୁଥିଲେ। କିନ୍ତୁ ଏବେ କେବଳ ସ୍ନାତକ ପାସ୍ କରିଥିବା ପିଲାମାନେ ହିଁ ଏହି ଚାକିରି ପାଇଁ ଆବେଦନ କରିପାରିବେ । ଏହାକୁ ନେଇ ବୁଧବାର କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଛି ।
Powered by Froala Editor