ବସ - ଟ୍ରକ୍ ଧକ୍କା, ୧୦ ଆହତ
ଦେବଗଡ: ଯାତ୍ରୀବାହୀ ବସ୍କୁ ଧକ୍କା ଦେଲା ଟ୍ରକ୍। ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏହି ଦୁର୍ଘଟଣା ସୋମବାର ଜାତୀୟ ରାଜପଥ ନୂଆଭୂଇଁ ଗାଁ ନିକଟରେ ଘଟିଛି। ବସ୍ଟି ଦେବଗଡରୁ ସମ୍ବଲପୁର ଅଭିମୁଖେ ଯାଉଥିଲା। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ, ତଦନ୍ତ ଆରମ୍ଭ କରିଛନ୍ତି। ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Powered by Froala Editor