ହୀରାକୁଦ ଡ୍ୟାମ ଅଞ୍ଚଳ ବୁଲିବା ଉପରେ ଲଗିଲା ରୋକ

ଭୁବନେଶ୍ବର: ସମ୍ବଲପୁର ହୀରାକୁଦରେ ବଢିଲା ସୁରକ୍ଷା ବ୍ୟବସ୍ଥା । ଭାରତ-ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ ଅଞ୍ଚଳ ବୁଲିବା ଉପରେ ରୋକ ଲଗାଯାଇଛି । ଆଜିଠାରୁ ପର୍ଯ୍ୟଟକଙ୍କୁ ହୀରାକୁଦ ଡ୍ୟାମ୍ ବୁଲିବା ମନା ହୋଇଛି । ସେପଟେ କେନ୍ଦ୍ରାପଡା ଜିଲାରେ ଥିବା ଲାଇଟ୍ହାଉସକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି । ସାଂପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି ।
Powered by Froala Editor