ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଁ ସମସ୍ତ ପ୍ରକ୍ରିୟା ଚାଲିଛି: ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ । ଆଜି ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି ଯେ ପରୀକ୍ଷା ଫଳ ପ୍ରକାଶ କରିବା ପାଇଁ ସମସ୍ତ ପ୍ରକ୍ରିୟା ଚାଲିଛି । ଆଶା କରୁଛୁ ଖୁବଶୀଘ୍ର ରେଜଲ୍ଟ ପ୍ରକାଶ ପାଇବ । ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ନୂଆ ପଦକ୍ଷେପ ଗ୍ରହଣ କରାଯାଇଥିଲା । କପି ରୋକିବା ପାଇଁ ଜିଲ୍ଲାସ୍ତରୀୟ ସ୍କ୍ୱାର୍ଡ ଗଠନ ହୋଇଥିଲା ।
Powered by Froala Editor