ହାଇଦ୍ରାବାଦ ଅଗ୍ନିକାଣ୍ଡ ଘଟଣା: ପ୍ରଧାନମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ବର : ହାଇଦ୍ରାବାଦ ଅଗ୍ନିକାଣ୍ଡ ଘଟଣାରେ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ । ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ସହ ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଏନେଇ ସୂଚନା ଦିଆଯାଇଛି । ହାଇଦ୍ରାବାଦର ଚାରମିନାର ନିକଟ ଗୁଲଜାର ହାଉଜ କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ରବିଭାର ଭୋର ପ୍ରାୟ ସାଢ଼େ ୫ଟାରେ ଏହି କୋଠାରେ ଅଗ୍ନିକାଣ୍ଡ ଘଟିଥିଲା। ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଆହତମାନଙ୍କୁ ଡିଆରଡିଓ ହସ୍ପିଟାଲ ଏବଂ ଓସମାନିଆ ଜେନେରାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।
Powered by Froala Editor