କୋଟିଆକୁ ବିକଶିତ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: କୋଟିଆକୁ ବିକଶିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର । ଏନେଇ ଆଜି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଭିନ୍ନ ବିଭାଗର ସଚିବ ଓ ବିଧାୟକ ରଘୁରାମ ମାଛ ଉପସ୍ଥିତ ରହିଛନ୍ତି । କୋଟିଆ ବିବାଦର ସମାଧାନ ସହିତ ସେଠାରେ ବିକାଶ କରିବା ନେଇ ବୈଠକରେ ଆଲୋଚନା ହୋଇଥିବା ସୂଚନା ମିଳିଛି ।
Powered by Froala Editor