୨୦ ରେ ଓଡ଼ିଶା ଆସିବେ ମୋଦୀ

ଭୁବନେଶ୍ଵର: ଜୁନ ୧୨ ନୁହେଁ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସିବେ । ପୂର୍ବରୁ ଜୁନ୍ ୧୨ତାରିଖରେ ହେବାକୁ ଥିବା କାର୍ଯ୍ୟକ୍ରମରେ ମୋଦୀ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିଲା । ହେଲେ ୧୨ ତାରିଖ କାର୍ଯ୍ୟକ୍ରମକୁ ୨୦ ତାରିଖକୁ ଘୁଞ୍ଚାଯାଇଛି । ସେଥିପାଇଁ ୨୦ରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ବୋଲି ଆଜି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।
Powered by Froala Editor