ମେଡିକାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

ସିମଲାରେ ଅସୁସ୍ଥ ହେଲେ କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧି । ସୋନିଆ ଗାନ୍ଧୀଙ୍କୁ ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିବା ସୂଚନା ମିଳିଛି। ସେଠାରେ ତାଙ୍କର MRI କରାଯାଇଛି । ସୋନିଆଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।
ତେବେ କୁହାଯାଉଛି ସୋନିଆଙ୍କର ସେପରି ବିଶେଷ କିଛି ହୋଇନାହିଁ। ସୋନିଆ ଗାନ୍ଧୀଙ୍କୁ କିଛି ସାମାନ୍ୟ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ନିଆଯାଇଛି। ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଏହି ସୂଚନା ଦେଇଛନ୍ତି।
ଗତ ଫେବୃଆରୀରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ସୋନିଆ । ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ହୋଇଥିଲା ତାଙ୍କ ଚିକିତ୍ସା ।
Powered by Froala Editor