ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ

ହରଭଙ୍ଗା : ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୌଦ୍ଧ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ଅଂଚଳରୁ ୧୦୪ଟି ଅଭିଯୋଗ ପଂହଚିଥିଲା। ସେଥିରୁ ୯୧ଟି ବ୍ୟକ୍ତିଗତ ଏବଂ ୧୩ଟି ସାମୁହିକ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ୫୧ ଅଭିଯୋଗର ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜଣଙ୍କୁ ହୁଇଲ ଚେୟାର, ଜଣଙ୍କୁ ବାର୍ଦ୍ଧକ୍ୟ ଭତ୍ତା ଏବଂ ୪ ଜଣଙ୍କୁ ରେଡ଼ କ୍ରସରୁ ୨୫ ହଜାର ଟଙ୍କା ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସହିତ ବୌଦ୍ଧ ଏସପି ରାହୁଲ ଗୋଏଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଉପଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ମୁଖ୍ୟ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ବିଡ଼ିଓ ଶରତ ସେଠିଙ୍କ ସହିତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।
Powered by Froala Editor