୧୯ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର: ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇଛି। ଆସନ୍ତା ୧୯ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଚାନ୍ଦବାଲି, ଭୁବନେଶ୍ବର, ପାରାଦ୍ବୀପ, ଗୋପାଳପୁର, ପୁରୀ, ଅନୁଗୋଳ, ବାରିପଦା, ଝାରସୁଗୁଡା, କେନ୍ଦୁଝର, ସୁନ୍ଦରଗଡ, ଛତ୍ରପୁର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର ବରଗଡ, ଯାଜପୁର, ଢେଙ୍କାନାଳ ଆଦି ଜିଲାରେ ବର୍ଷା ପବନ ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବାବେଳେ ପୂର୍ବ ମଧ୍ୟପ୍ରଦେଶ, ବାଂଲାଦେଶ, ଛତିଶଗଡ, ଝାଡଖଣ୍ଡ, ପଶ୍ଚିମବଙ୍ଗରେ ଏକ ନିମ୍ନଚାପ ରେଖା ସୃଷ୍ଟି ହୋଇଛି।
ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ବରଗଡ, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାକୁ ବଜ୍ରପାତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ବଲପୁର, ଦେବଗଡ, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଗଜପତି, ରାୟଗଡା, କୋରାପୁଟ, କଳାହାଣ୍ଡି, ନୂଆପଡା ଏବଂ ବଲାଙ୍ଗିର ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ସର୍ବାଧିକ ତାପମାତ୍ରା ସମ୍ବଲପୁରରେ ୪୦.୨ ଡିଗ୍ରୀ ଥିବାବେଳେ ହୀରାକୁଦ ୩୯.୭, ସୁନ୍ଦରଗଡ ୩୮, ଝାରସୁଗୁଡା ୩୯.୬, ଭୁବନେଶ୍ବର ଏବଂ କଟକରେ ୩୬.୨ଡିଗ୍ରୀ ଲେଖାଏଁ ରହିଛି। ଆଗାମୀ ୩ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି।
Powered by Froala Editor