ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ପୁଅକୁ ହାଣିଲା ସୈତାନ ବାପା

ଜଳେଶ୍ଵର: ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ଦହମୁଣ୍ଡାରେ ଅଭାବନୀୟ ଘଟଣା ଘଟିଛି। ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ପୁଅକୁ ହାଣିଲା ସୈତାନ ବାପା। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟି ତୁଣ୍ତ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଵାମୀ ଏକ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଏବଂ ପୁଅକୁ ଆକ୍ରମଣ କରିଥିଲେ। ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ସ୍ତ୍ରୀ ଏବଂ ପୁଅକୁ ପ୍ରଥମେ କମର୍ଦ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରା ଯାଇଥିଲା । ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ କଟକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Powered by Froala Editor