ସ୍ଵାମୀକୁ ହତ୍ୟା କଲା ନୃଶଂସ ସ୍ତ୍ରୀ

ଆସିକା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ମୁଣ୍ଡମରାଇ ଗାଁରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ସ୍ଵାମୀକୁ ହତ୍ୟା କଲା ନୃଶଂସ ସ୍ତ୍ରୀ। ମୃତକ ଅମର ନାୟକ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ମୁଣ୍ଡମରାଇ ଗାଁର ଅମର ନାୟକ ଓ ତାଙ୍କ ସ୍ତ୍ରୀ ଅଞ୍ଜନା ନାୟକ ଙ୍କ ମଧ୍ୟରେ କୌଣସି ପାରିବାରିକ କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀ ଅଞ୍ଜନା ସ୍ଵାମୀ ଅମରଙ୍କୁ ଶ୍ଵାସରୁଦ୍ଧ କରି ହତ୍ୟା କରିଥିଲେ। ପରେ ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଅଟକ ରଖି ଅଧିକ ପଚରାଉଚରା କରୁଛି।
Powered by Froala Editor