ଯୁବ କଂଗ୍ରେସର ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରୀ ବାସଭବନ ଘେରାଉ କରିଛି ଯୁବ କଂଗ୍ରେସ। ବୁଧବାର ଶହ ଶହ କଂଗ୍ରେସ କର୍ମୀ ଓ ନେତା ମୁଖ୍ୟମନ୍ତ୍ରୀଙ୍କ ଇସ୍ତାପ ଦାବି କରି ଘେରାଉ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଧସେଇ ପଶିବାକୁ ଉଦ୍ୟମ କରୁଥିବାବେଳେ କଂଗ୍ରେସ କର୍ମୀଙ୍କୁ ପୁଲିସ ଅଟକାଇଥିଲା। ଫଳରେ ପୁଲିସ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ କିଛି ସମୟ ଧସ୍ତାଧସ୍ତିର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି।
Powered by Froala Editor