ଆଜି ୪ ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡିଶା ଏବଂ ପଶ୍ଚିବଙ୍ଗ ଉପକୂଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୪ ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ସେସବୁ ଜିଲ୍ଲା ଗୁଡିକ ହେଉଛି ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲା। ତେଣୁ ଏସବୁ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ। ବାଲେଶ୍ଵର, କଟକ, ଜଗତସିଂହପୁର , ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ବଜ୍ରପାତ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି।
Powered by Froala Editor