ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ଶ୍ରାଦ୍ଧ ଦିବସ। ଏହି ଅବସରରେ ଗୁରୁବାର ବିଧାନସଭା ପରିସରରେ ପୁଣ୍ୟାତ୍ମାଙ୍କ ପୂର୍ଣ୍ଣବୟବ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ପୁଷ୍ପମାଲ୍ୟ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ସମୟରେ ସେଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜ୍ୟସ୍ୱ ଓ ବିପର୍ଯ୍ୟୟ ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏବଂ ଅନ୍ୟ ବିଧାୟକ ଉପସ୍ଥିତ ଥିଲେ।
Powered by Froala Editor