ରଥଯାତ୍ରାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କୋଟି ଓଡ଼ିଆଙ୍କ ମଉଡମଣି ମହାପ୍ରଭୁ ଶ୍ରୀଜଗନ୍ନାଥ । ରାଜ୍ୟର ବିକାଶ ତଥା ସମସ୍ତଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିବା ସହ ପ୍ରଗତି ପାଇଁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚରଣକମଳରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି ।
ସେପଟେ ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇ ଆସିବେ ଶ୍ରୀଜୀଉ । ଏଥିପାଇଁ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ ରହିଛି । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଯିବେ କାଳିଆ ସାହାନ୍ତେ ।
Powered by Froala Editor