ପବିତ୍ର ରଥଯାତ୍ରାରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପୁରୀ: ପବିତ୍ର ରଥଯାତ୍ରା ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ କରି ରାଷ୍ଟ୍ରପତି କହିଛନ୍ତି ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତଗଣଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ରଥ ଉପରେ ବିଜେ ବଡଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତ ଦିବ୍ୟ ଅନୁଭୂତି ଲାଭ କରିଥାନ୍ତି । ଶ୍ରୀଜୀଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ । ସାରା ପୃଥିବୀରେ ଶାନ୍ତି, ମୈତ୍ରୀ ଓ ସଂପ୍ରୀତି ଅବ୍ୟାହତ ରହୁ, ଏହି ପୁଣ୍ୟ ଅବସରରେ ଏହା ମୋର ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ।
ସେପଟେ ରଥଯାତ୍ରା ଅବସରରେ ଦେଶ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରଥଯାତ୍ରାରେ ଜନତାଙ୍କୁ ଦର୍ଶନ ଦେବା ପାଇଁ ନଗର ଭ୍ରମଣରେ ଯାଇଥାନ୍ତି ଶ୍ରୀଜଗନ୍ନାଥ । ଦେଶର ସବୁ ବର୍ଗର ଲୋକ ଏହି ରଥଯାତ୍ରାରେ ସାମିଲ ହୋଇଥାନ୍ତି । ଏହି ପୁଣ୍ୟ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
Powered by Froala Editor