ହସ୍ପିଟାଲରୁ ରଥଯାତ୍ରାର ସିଧାପ୍ରସାରଣ ଦେଖିଲେ ନବୀନ

ଭୁବନେଶ୍ବର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁମ୍ବଇସ୍ଥିତ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭିକାଲ ଅେସ୍ତ୍ରାପଚାର ପରେ ସୁସ୍ଥ ହେଉଛନ୍ତି। ଗୁରୁବାର ହସ୍ପିଟାଲ ଶଯ୍ୟାରୁ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶୁକ୍ରବାର ସେ ବସି ଟିଭିରେ ରଥଯାତ୍ରାର ସିଧାପ୍ରସାରଣ ଦେଖିଥିଲେ। ଭି.କେ. ପାଣ୍ଡିଆନ ଏହି ଭିଡିଓ ସାମାଜିକ ଗଣମାଧ୍ୟମରେ ସେୟାର କରିଛନ୍ତି।
Powered by Froala Editor