ପ୍ରବଳ ବର୍ଷା: ଚାରିଧାମ ଯାତ୍ରା ସ୍ଥଗିତ

ବଡ଼କୋଟ: ପ୍ରବଳ ବର୍ଷା ଯୋଗୁଁଁ ଯମୁନୋତ୍ରୀ ରାଜପଥ ସମେତ ଅନେକ ରାସ୍ତା ବନ୍ଦ ରହିଛି। ଗଡ଼ୱାଲ କମିଶନର ବିନୟ ଶଙ୍କର ପାଣ୍ଡେ କହିଛନ୍ତି ଯେ, ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ଚାରିଧାମ ଯାତ୍ରାକୁ ଆଗାମୀ ୨୪ ଘଣ୍ଟା ପାଇଁ ସ୍ଥଗିତ ରଖାଯାଇଛି। ପୁଲିସ ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ହରିଦ୍ୱାର, ଋଷିକେଶ, ଶ୍ରୀନଗର, ରୁଦ୍ରପ୍ରୟାଗ, ସୋନପ୍ରୟାଗ ଏବଂ ବିକାଶନଗରରେ ତୀର୍ଥଯାତ୍ରୀମାନଙ୍କୁ ଅଟକାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
Powered by Froala Editor