ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ
ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ଶ୍ରୀ ମିଶ୍ରଙ୍କୁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ସେ ଅର୍ଥ ବିଭାଗର ପ୍ରମୁଖ ସଚିବ ସହ ଇଡ୍କୋର ଅତିରିକ୍ତ ଦାୟିତ୍ବ ତୁଲାଇବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି।
୧୯୯୬ ବ୍ୟାଚର ଆଇଏଏସ ଅଫିସର ଶାଶ୍ୱତ ମିଶ୍ର। ୫୨ ବର୍ଷୀୟ ଶାଶ୍ବତ ମିଶ୍ର ଢେଙ୍କାନାଳ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। ଇଞ୍ଜିନିୟରିଂ ଛାତ୍ର ଶ୍ରୀ ମିଶ୍ର ଓଡ଼ିଶା କ୍ୟାଡରର ଆଇଏଏସ୍ ହେଲା ପରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ସଫଳତାର ସହିତ କାର୍ଯ୍ୟ କରିଥିବା ଅଭିଜ୍ଞତା ରହିଛି।
ଶାଶ୍ୱତଙ୍କୁ ନୂଆ ଦାୟିତ୍ୱ ମିଳିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଆଇଏଏସ୍ ଅଧିକାରୀ ତଥା ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଶିଳ୍ପାଞ୍ଚଳ ଉନ୍ନୟନ ନିଗମ (ଇଡ୍କୋ)ର ଅଧ୍ୟକ୍ଷ ଦାୟିତ୍ବ ତୁଲାଉଥିବା ଶାଶ୍ବତ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ପଦବି ଭାବେ ନିଯୁକ୍ତି ମିଳିଛି।
Powered by Froala Editor