Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

ରାଜ୍ୟ
Home ›› ରାଜ୍ୟ ››ଜୁଲାଇ ୫ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା

ଜୁଲାଇ ୫ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା

2025-06-30 07:07:46
15105
Share:
Facebook
Twitter
E-Mail
WhatsApp
Telegram
ଜୁଲାଇ ୫ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର; ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ, ବାଂଲାଦେଶ ଉପକୂଳ ଅଞ୍ଚଳରେ ରବିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଆଡ଼କୁ ମୁହାଁଇବ। ଅନ୍ୟପଟେ ଉତ୍ତର ଗୁଜରାଟ, ପଶ୍ଚିମବଙ୍ଗ, ବାଂଲାଦେଶ ଉପକୂଳ, ମଧ୍ୟପ୍ରଦେଶ, ଉତ୍ତର ଛତିଶଗଡ଼ ଏବଂ ଉତ୍ତର ଓଡ଼ିଶା ମଧ୍ୟରେ ଏକ ନିମ୍ନଚାପ ରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ ଜୁଲାଇ ୫ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉତ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଗତ ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ସୁବର୍ଣ୍ଣପୁର ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି। ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇଛି। ଦୁଇଟି ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ରେକର୍ଡ ହୋଇଛି। ଗୋଟିଏ ସ୍ଥାନରେ ଅତ୍ୟଧିକ ୩୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇଛି। ମୟୂରଭଞ୍ଜର ଚାନ୍ଦୁଆରେ ସବୁଠୁ ଅଧିକ ୩୨୦ମି.ମି. ବର୍ଷା ହୋଇଥିବା ବେଳେ ଜିଲାର ସୁଳିଆପଡା ୨୫୦, ସାରସକଣା ୨୪୯, ବାଙ୍ଗିରିପୋଷି ୧୯୮, ଉଦଳା ୧୦୭ ଏବଂ କୁସୁମିରେ ୯୬ ମି.ମି. ବର୍ଷା ହୋଇଛି। ବାଲେଶ୍ବର ଜିଲାର ଜଳେଶ୍ବରରେ ୧୪୭ମି.ମି. ବର୍ଷା ହୋଇଥିବା ବେଳେ ଓୗପଦା ୧୧୪, ଖରିଆର ୧୨୨, ସୁବର୍ଣ୍ଣପୁର ୧୧୫.୪, କେନ୍ଦୁଝର ଜିଲାର ହାଟଡିହି ୧୦୫.୨ ମି.ମି. ବର୍ଷା ହୋଇଛି। ଝାଡ଼ଖଣ୍ଡ ଏବଂ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ହେତୁ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀରେ ଜଳସ୍ତର ବୃଦ୍ଧି ପାଉଛି। ବନ୍ୟା ପରିସ୍ଥିତି ଦେଖାଦେଇଥିବା ବେଳେ ରବିବାର ରାତିରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ବାଲେଶ୍ବର ଜିଲାକୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ବନ୍ୟା ପରିସ୍ଥିତି ଜଟିଳ ହୋଇପାରେ ବୋଲି କୁହାଯାଉଛି।
ରାଜ୍ୟ ଜଳସମ୍ପଦ ବିଭାଗର ସେଚ଼ ସଦନଠାରେ ଥିବା ବନ୍ୟା ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟିଆ କାର୍ଯ୍ୟ କରୁଛି। ତଳିଆ ଅଞ୍ଚଳରେ ଥିବା ଲୋକଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତରଣ ଏବଂ ଆବଶ୍ୟକ ରିଲିଫ୍ କାର୍ଯ୍ୟ ପରିଚାଳନା ପାଇଁ ବାଲେଶ୍ୱର ଜିଲାପାଳଙ୍କୁ ସତର୍କ କରାଯାଇଛି। କ୍ଷେତ୍ରସ୍ତରରେ ସ୍ଥିତି ଅନୁଧ୍ୟାନ ଓ ତଦାରଖ କରିବା ଏବଂ ସମ୍ଭାବ୍ୟ ବନ୍ୟା ସ୍ଥିତି ପରିଚାଳନାରେ ସହାୟତା ପାଇଁ ଜଳସମ୍ପଦ ବିଭାଗର ଜଣେ ସର୍ବୋଚ୍ଚ ଯନ୍ତ୍ରୀ ପାହ୍ୟାର ଯନ୍ତ୍ରୀ ଏବଂ ଅନ୍ୟ ଜଣେ ମୁଖ୍ୟଯନ୍ତ୍ରୀ ବାଲେଶ୍ୱର ଗସ୍ତ କରିଛନ୍ତି।
ରବିବାର ରାଉରକେଲା, କେନ୍ଦ୍ରାପଡ଼ା, ନବରଙ୍ଗପୁର, ଭଦ୍ରକ, ଦାରିଙ୍ଗବାଡ଼ି, କୋରାପୁଟ, ହୀରାକୁଦ, ଭୁବନେଶ୍ବର, ବାଲେଶ୍ବର, ଚାନ୍ଦବାଲି ଆଦି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର ଏବଂ ବୌଦ୍ଧ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ହେବାକୁ ଥିବା ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହୋଇପାରେ। କଚ୍ଚାରାସ୍ତା, କଚ୍ଚାଘର ଭାଙ୍ଗିବା, ଗଛଡାଳ ଭାଙ୍ଗି ରାସ୍ତା ଅବରୋଧ, ସହରାଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସତର୍କ ରହିବାକୁ କୁହାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳମାନେ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।

Powered by Froala Editor

Tags Rain

Related articles Odisha News Lens 4.1

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15223
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14529
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14871
    Sep 30, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14975
    Oct 01, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15448
    Oct 01, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15068
    Sep 30, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    14882
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15161
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15118
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15223
    Oct 01, 2026
  • ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15118
    Sep 30, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    14882
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17142
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17831
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17796
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18211
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15261
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14023
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15762
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15329
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14703
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14693
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14388
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15956
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14975
    Oct 01, 2026
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15448
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14871
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In