BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ

ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାରେ କମିଶନରେଟ୍ ପୋଲିସ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଜୀବନ ରାଉତ, ରଶ୍ମୀ ମହାପାତ୍ର, ଦେବାଶିଷ ପ୍ରଦାନ । ଅତିରିକ୍ତ କମିଶନରଙ୍କୁ ଆକ୍ରମଣ କରିଥିବା ଖାରବେଳନଗର ଥାନାରେ ଏତଲା ଆଧାରରେ ଗିରଫ କରାଯାଇଛି। କଡ଼ା ଆଇନରେ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି। ଅନ୍ୟମାନଙ୍କ ସମ୍ପୃକ୍ତି ନେଇ ତଦନ୍ତ ଚାଲିଛି।
ଅତିରିକ୍ତ କମିଶନରଙ୍କୁ ଘୋଷାଡ଼ି ପିଟୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । କାର୍ଯ୍ୟାଳୟରୁ ଘୋଷାଡି ନେବା ସହ ବିଧା, ଗୋଇଠା ମାରୁଥିବାର ମଧ୍ୟ ଦେଖିବାକୁ ମିଳିଛି । କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣିବେଳେ ଏ ଅଘଟଣ ଘଟିଥିବା ସୂଚନା । ଘଟଣାକୁ ବିଜେପି ପକ୍ଷରୁ ନିନ୍ଦା କରାଯାଇଛି ।
ରିପୋର୍ଟ ଅନୁସାରେ, ଛଅ ଜଣ ଯୁବକ ସାହୁଙ୍କ ଚାମ୍ବରକୁ ଅନଧିକୃତ ଭାବେ ପ୍ରବେଶ କରି ବିନା କାରଣରେ ତାଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣର ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଘଟଣାର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।
Powered by Froala Editor