Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

Home ›› ››ସୁବର୍ଣ୍ଣରେଖା ନଦୀରେ ଭୟଙ୍କର ବନ୍ୟା

ସୁବର୍ଣ୍ଣରେଖା ନଦୀରେ ଭୟଙ୍କର ବନ୍ୟା

2025-07-01 06:18:12
13948
Share:
Facebook
Twitter
E-Mail
WhatsApp
Telegram
ସୁବର୍ଣ୍ଣରେଖା ନଦୀରେ ଭୟଙ୍କର ବନ୍ୟା

ବାଲେଶ୍ୱର: ଝାଡ଼ଖଣ୍ଡର ଚାନ୍ଦିଲ ବନ୍ଧରୁ ପାଣି ଛଡ଼ାଯାଇଥିବାରୁ ସୁବର୍ଣ୍ଣରେଖା ନଦୀରେ ପୁଣି ଭୟଙ୍କର ବନ୍ୟା ଆସି ଗୁରୁତର ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତର ବାଲେଶ୍ବରର ଭୋଗରାଇ, ଜଳେଶ୍ବର, ବସ୍ତା ଓ ବାଲିଆପାଳ ବ୍ଲକ ଅନ୍ତର୍ଗତ ୭୨ ପଞ୍ଚାୟତର ୭ ଶହରୁ ଅଧିକ ଗ୍ରାମ ବନ୍ୟାରେ ପ୍ରଭାବିତ ହୋଇଥିବାବେଳେ ଶହ ଶହ ଗାଁ ପାଣି ଘେରରେ ରହିଛି। ବିଭିନ୍ନ ରାସ୍ତାରେ ଘାଇ ସୃଷ୍ଟି ହୋଇ ଶତାଧିକ ଗାଁ’କୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଜଳକା ନଦୀ ବନ୍ୟ‌ାରେ ମଧ୍ୟ ବିସ୍ତୃତ ଅଞ୍ଚଳ ପ୍ରଭାବିତ ହୋଇଛି। ଝାଡ଼ଖଣ୍ଡ, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାରେ ପ୍ରବଳ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଏବଂ ଜଳକା ଜଳସ୍ତର ବୃଦ୍ଧି ପାଇଛି। ରାଜଘାଟରେ ସୁବର୍ଣ୍ଣରେଖାର ବିପଦ ସଙ୍କେତ ୧୦.୩୬ ମିଟର ଥିବାବେଳେ ଅପରାହ୍ଣ ସୁଦ୍ଧା ଜଳସ୍ତର ୧୧.୫୬ ମିଟର ରହିଛି। ବୁଢ଼ାବଳଙ୍ଗର ବିପଦ ସଙ୍କେତ ଏନଏଚ-୫ ଗୋବିନ୍ଦପୁରଠାରେ ୮.୧୩ ମିଟର ଥିବାବେଳେ ଜଳସ୍ତର ୬.୭୨ ମିଟର ରହିଛି। ମଥାନୀଠାରେ ଜଳକାର ବିପଦ ସଙ୍କେତ ୬.୫୦ ମିଟର ଥିବାବେଳେ ଜଳସ୍ତର ୬.୭୧ ମିଟର ଉପରେ ପ୍ରବାହିତ ହେଉଛି। ସୁବର୍ଣ୍ଣରେଖାରେ ଜଳସ୍ତର ସ୍ଥିର ଥିବାବେଳେ ଅନ୍ୟ ଦୁଇ ନଦୀରେ ହ୍ରାସ ପାଉଛି। ଆସନ୍ତାକାଲି ସକାଳ ସୁଦ୍ଧା ତିନି ନଦୀରେ ଜଳସ୍ତର କମିବା ସମ୍ଭାବନା ଥିବା ଜଳସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି। ତଳୁଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ କରିବା ଏବଂ ରିଲିଫ ଅପରେସନ ଜାରି ରଖିବାକୁ ବାଲେଶ୍ବର ଜିଲାପାଳଙ୍କୁ ନିର୍ଦେଶ ରହିଛି। ଜଣେ ଯନ୍ତ୍ରୀ ମୁଖ୍ୟ ଏବଂ ମୁଖ୍ୟ ଯନ୍ତ୍ରୀଙ୍କୁ ବାଲେଶ୍ବର ବନ୍ୟାସ୍ଥିତି ଉପରେ ନଜର ରଖିବାକୁ ପଠାଯାଇଛି।
ରାଜ୍ୟରେ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଥିବା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ତେବେ ଆଜି ଉପର ମୁଣ୍ଡରେ ବଡ଼ ବର୍ଷା ନଥିବା ଯୋଗୁଁ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ମନ୍ତ୍ରୀ କହିଛନ୍ତି। ଆଜି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ବିଭିନ୍ନ ଅଞ୍ଚଳକୁ ଯାଇ ବନ୍ୟା ପରିସ୍ଥିତିର ଅନୁଧ୍ୟାନ କରିଥିବାବେଳେ ମୋଟ ୨୯୧୬ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ସେହିପରି ତଳିଆ ଅଞ୍ଚଳର ବିପନ୍ନଙ୍କୁ ରନ୍ଧା ଖାଦ୍ୟ ଓ ଶୁଖିଲା ଖାଦ୍ୟ ପ୍ରଦାନ କରାଯାଉଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।
ଉଲ୍ଲେଖନୀୟ ବିଷୟ ହେଲା, ୧୦ ଦିନ ପୂର୍ବରୁ ଅନୁରୂପ ଭାବେ ଚାନ୍ଦିଲ ବ୍ୟାରେଜ ପାଣି ଯୋଗୁଁ ସୁବର୍ଣ୍ଣରେଖାରେ ହୋଇଥିବା ବନ୍ୟାରେ ନଷ୍ଟ ରାସ୍ତାଘାଟର ମରାମତି ପୂର୍ବରୁ ପୁଣି ଆଉ ଏକ ବଡ଼ ବନ୍ୟା ଆସିଛି। ବିପନ୍ନ ଲୋକଙ୍କ ଘର ଭିତରେ ଏବେ ଆଣ୍ଠୁଏ ଉଚ୍ଚର ପାଣି। ରୋଷେଇ କରିବାକୁ ଜାଗା ଟିକିଏ ବି ନାହିଁ। ଗତକାଲି ଠାରୁ କେବଳ ଶୁଖିଲା ଖାଦ୍ୟ ଖାଇ ବହୁ ପରିବାର ରହିଥିବା ଜଣାଯାଇଛି। ତେବେ ଏହି ବନ୍ୟାରେ ଭୋଗରାଇ ଓ ବସ୍ତା ବ୍ଲକ ଅଞ୍ଚଳର ଅଧିକ ପଞ୍ଚାୟତ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ଦୁଇ ବ୍ଲକରେ ୨୭ଟି ପଞ୍ଚାୟତ ପ୍ରଭାବିତ ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଉଥିଲେ ବି ପ୍ରକୃତରେ ୪୦ରୁ ଅଧିକ ପଞ୍ଚାୟତ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ରାସ୍ତା ଉପରେ ପାଣିର ସୁଅ ପଡ଼ିଥିବାବେଳେ ଲୋକେ ଏକ ପ୍ରକାର ଜଳବନ୍ଦୀ ହୋଇ ରହିଛନ୍ତି। କିଛି ପରିବାର ଆଶ୍ରୟ ସ୍ଥଳକୁ ଆସୁ ନ ଥିବାବେଳେ କେତେକଙ୍କ ନିକଟରେ ଉଦ୍ଧାରକାରୀ ଦଳ ପହଞ୍ଚି ନ ଥିବା ଅଭିଯୋଗ ଉଠିଛି। ବନ୍ୟାର ଭୟାବହତା ଦୃଷ୍ଟିରୁ ଉଦ୍ଧାର ଓ ସହାୟତା କାମର ତଦାରଖ ପାଇଁ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆରଡିସି) ତଥା ବାଲେଶ୍ବରର ପୂର୍ବତନ ଜିଲାପାଳ ବି ପରମେଶ୍ବରନ ଆଜି ବାଲେଶ୍ବରରେ ପହଞ୍ଚି ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ସେ ଜିଲା ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ଏନଡିଆରଏଫ, ଅଗ୍ନିଶମ ଓ ଓଡ୍ରାଫ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ବିଭାଗୀୟ ସମନ୍ବୟ ରକ୍ଷା ସହ ବନ୍ୟା ଦୁର୍ଗତଙ୍କୁ ତୁରନ୍ତ ଆବଶ୍ୟକ ସାହାଯ୍ୟ ଯୋଗାଇଦେବାକୁ ସେ ଜିଲାପାଳଙ୍କୁ କହିଛନ୍ତି।
ଅନ୍ୟପକ୍ଷରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ଏବେ ସତର୍କ ସୂଚନାର ନିମ୍ନରେ, ୪.୪୦ ମିଟରରେ ପ୍ରବାହିତ ହେଉଥିବାବେଳେ ଜଳକା ନଦୀର ଜଳସ୍ତର ଏବେ ବି ବିପଦ ସୂଚନାର ଉପରେ ଅର୍ଥାତ ୬.୬୪ ମିଟରେ ସ୍ଥିର ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ପୁଣି ଏକ ଲଘୁଚାପ ଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ସମେତ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି କୁହାଯାଉଛି। ବନ୍ୟା ସ୍ଥିତିର ସୁଧାର ଆସିବା ପୂର୍ବରୁ ଏହି ବର୍ଷା ହେଲେ କେବଳ ଉତ୍ତର ବାଲେଶ୍ବର ନୁହେଁ, ବରଂ ସମ୍ପୂର୍ଣ୍ଣ ଜିଲାରେ ଭୟଙ୍କର ସ୍ଥିତି ସୃଷ୍ଟି ହେବ ବୋଲି ଆଶଙ୍କା ପ୍ରକାଶ ପାଇଛି।

Powered by Froala Editor

Tags Flood

Related articles Odisha News Lens 4.1

  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13386
    Mar 06, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13908
    Mar 05, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15152
    Mar 05, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14052
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15132
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14573
    Mar 04, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14654
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14818
    Mar 06, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15500
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15132
    Mar 05, 2026
  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15152
    Mar 05, 2026
  • ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14654
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14654
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15121
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14329
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15065
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14687
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    13908
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15827
    Mar 04, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13386
    Mar 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In