ଗଡିଲା ତିନି ରଥ

ପୁରୀ : ଶେଷ ହେଲା ଛେରା ପହଁରା ନୀତି । ଧାର୍ଯ୍ୟ ସମୟର ଏକ ଘଣ୍ଟା ପୂର୍ବରୁ ଆରମ୍ଭ ହେଲା ରଥଟଣା । ଗଡିଲା ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ । ବଡଦାଣ୍ଡରେ ଏକାଠି ହୋଇଛନ୍ତି ଭକ୍ତ ଓ ଭଗବାନ । ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ଯିବେ ମହାପ୍ରଭୁ। ସନ୍ଧ୍ୟାସୁଦ୍ଧା ତିନିରଥ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମ୍ଭାବନା ରହିଛି। ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି।
Powered by Froala Editor