Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ...

  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

ରାଜନୀତି
Home ›› ରାଜନୀତି ››ସାଢ଼େ ୪ କୋଟି ଓଡ଼ିଆଙ୍କ ସେବାରେ ସମର୍ପିତ ହେବ ବିଜେଡିର ନୂତନ କାର୍ଯ୍ୟାଳୟ , ଶୁଭ ଦେଲେ ନବୀନ

ସାଢ଼େ ୪ କୋଟି ଓଡ଼ିଆଙ୍କ ସେବାରେ ସମର୍ପିତ ହେବ ବିଜେଡିର ନୂତନ କାର୍ଯ୍ୟାଳୟ , ଶୁଭ ଦେଲେ ନବୀନ

2021-07-13 11:16:43
15601
Share:
Facebook
Twitter
E-Mail
WhatsApp
Telegram
ସାଢ଼େ ୪ କୋଟି ଓଡ଼ିଆଙ୍କ ସେବାରେ ସମର୍ପିତ ହେବ ବିଜେଡିର ନୂତନ କାର୍ଯ୍ୟାଳୟ , ଶୁଭ ଦେଲେ ନବୀନ

ଭୁବନେଶ୍ୱର : ବିଜେଡି ରାଜ୍ୟ କାର୍ଯ୍ୟାଳୟ (ମୁଖ୍ୟାଳୟ) ରୂପରେଖ ବଦଳିବ । ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହେବ ଦଳର ନୂତନ ମୁଖ୍ୟାଳୟ । ପ୍ରସ୍ତାବିତ କୋଠା ୪ ମହଲା (ବେସ୍‌ମେଣ୍ଟ୍‌+ଗ୍ରାଉଣ୍ଡ୍ ଫ୍ଲୋର୍‌+ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଫ୍ଲୋର୍‌) ବିଶିଷ୍ଟ ହେବ । ପରବର୍ତ୍ତୀ ସମୟରେ ରାଜ୍ୟର ୩୦ଟି ଜିଲ୍ଲା ସଦରମହକୁମାରେ ଜିଲ୍ଲା କାର୍ଯ୍ୟାଳୟ ସ୍ଥାପନ କରାଯାଇ ଅତ୍ୟାଧୁନିକ ଜ୍ଞାନକୌଶଳ ଓ ଯୋଗାଯୋଗ ବ୍ୟବସ୍ଥାରେ ମୁଖ୍ୟାଳୟ ସହ ସଂଯୋଗ କରାଯିବ । ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ନୂତନ ମୁଖ୍ୟାଳୟ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । 

ଦଳୀୟ କାର୍ଯ୍ୟାଳୟରେ ଭୂମି ପୂଜନ ଲାଗି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କୋଭିଡ୍ ନିୟମ ଦୃଷ୍ଟିରୁ ଦଳର କେତେକ ବରିଷ୍ଠ ନେତା ଓ ନେତ୍ରୀ ଏହି କାର୍ଯ୍ୟକ୍ରମରେ ସାମିଲ୍ ହୋଇଥିଲେ । ଦଳର ସଭାପତି ନବୀନ ପଟ୍ଟନାୟକ ଦଳୀୟ କାର୍ଯ୍ୟାଳୟରେ ପହଞ୍ଚି ‘ଜୟ ଜଗନ୍ନାଥ’ କହି ଏହି ନୂତନ ମୁଖ୍ୟାଳୟ ଲାଗି ଶୁଭ ଦେଇଥିଲେ । 

ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ହୋଇଛି । ମହିଳା, ଯୁବ, ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ ସମସ୍ତଙ୍କ ବିପୁଳ ସମର୍ଥନ ପାଇ ଆଜି ଦଳରେ କୋଟିଏରୁ ଅଧିକ ସଦସ୍ୟ ସାମିଲ୍ ହୋଇଛନ୍ତି । ଆଜି ପବିତ୍ର ରଥଯାତ୍ରାରେ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନୂତନ କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି କାର୍ଯ୍ୟାଳୟରେ ଓଡ଼ିଶାବାସୀଙ୍କ ସେବା ପାଇଁ ବିଭିନ୍ନ ଶାଖା କାର୍ଯ୍ୟକ୍ଷମ ହେବା ସହିତ ରକ୍ତଦାନ ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ଚାଲୁ ରହିବ । ଏହା କେବଳ ଦଳୀୟ କାର୍ଯ୍ୟାଳୟ ହେବ ନାହିଁ, ବରଂ ଏହା ଓଡ଼ିଶାର ଲୋକଙ୍କ ପାଇଁ ସେବା ଓ ସମର୍ପଣର ପ୍ରତୀକ ହେବ । ଓଡ଼ିଶା ସ୍ୱାଭିମାନର ଜାଗ୍ରତ ପ୍ରହରୀ ଭାବେ ମଧ୍ୟ ଏହା କାର୍ଯ୍ୟ କରିବ । ଦଳର ଯୁବ ଓ ଛାତ୍ର ଶ୍ରମ ଦାନ କରି ନିଜ ଘରର କାମ ଭାବି ଏହି କାର୍ଯ୍ୟକ୍ରମରେ ସାମିଲ୍ ହେବେ । ଏହା ମାଧ୍ୟମରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ସେବା କରିବାକୁ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା ନିଜକୁ ସମର୍ପିତ କରିବେ । ବିଜେଡି ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସଞ୍ଜୟ କୁମାର ଦାସବର୍ମା କହିଛନ୍ତି, ଅତ୍ୟାଧୁନିକ ଜ୍ଞାନକୌଶଳରେ ଏହି ଭବନ ନିର୍ମାଣ କରାଯିବ । ଓଡ଼ିଶାର ସ୍ଥାପତ୍ୟ ଏବଂ କଳାକୁ ମଧ୍ୟ ଗୁରୁତ୍ୱ ମିଳିବ । ଏହା ମଧ୍ୟରେ ଏକ ଅଡିଟୋରିୟମ୍ କରାଯିବାର ବ୍ୟବସ୍ଥା ରହିଛି । ୨୩ ବର୍ଷ ପରେ ଦଳର କାର୍ଯ୍ୟାଳୟ ପୁନଃନିର୍ମାଣ ହେଉଥିବା ବେଳେ ୱାଇଫାଇ ବ୍ୟବସ୍ଥା ଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ଏହାସହ ଯୋଡିହେବ । ୨୩ ବର୍ଷ ଧରି ଦଳର ସଂଗଠନକୁ ସୁଦୃଢ଼ କରାଯାଇଛି । 

ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଦଳର ରାଜ୍ୟ କାର୍ଯ୍ୟାଳୟ ସମେତ ଜିଲ୍ଲାରେ ଦଳର ଭିତ୍ତିଭୂମିକୁ ମଧ୍ୟ ସୁଦୃଢ଼ କରାଯାଉଛି । ଏହି ଐତିହାସିକ କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ଉଷା ଦେବୀ, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ଅଶୋକ ପଣ୍ଡା, ଡ. ପ୍ରସନ୍ନ ପାଟ୍ଟଶାଣୀ, ପଦ୍ମନାଭ ବେହେରା, ପ୍ରଫୁଲ୍ଲ ସାମଲ, ପ୍ରଣବ ବଳବନ୍ତରାୟ, ପ୍ରମିଳା ମଲ୍ଲିକ, କ୍ୟାପ୍‌ଟେନ୍ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Powered by Froala Editor

Tags bjd , naveen patnaik

Related articles Odisha News Lens 4.1

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14665
    Sep 21, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14807
    Sep 21, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15324
    Sep 22, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13998
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15481
    Sep 21, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    13855
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13585
    Sep 21, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ
    ଦେଶ-ଦେଶାନ୍ତର

    ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14270
    Sep 22, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13900
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13998
    Sep 21, 2026
  • ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ଅନିବାର୍ଯ୍ୟ

    13855
    Sep 21, 2026
  • ଦେଶ-ଦେଶାନ୍ତର

    ୫ଦିନ ବନ୍ଦ ରହିବ ବ୍ୟାଙ୍କ

    14624
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17116
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17802
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17777
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18185
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14823
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14456
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14705
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16335
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14854
    Sep 06, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15611
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15370
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14664
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14338
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13998
    Sep 21, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15324
    Sep 22, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14270
    Sep 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In