ଆଡପ ମଣ୍ଡପରେ ବିଜେ ହେଲେ ଚତୁର୍ଦ୍ଧାମୂରତି
ଆଡପ ମଣ୍ଡପକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି । ନଅ ଦିନ ଧରି ଜନ୍ମ ବେଦୀରେ ରହିବେ। ଗୋଟି ପହଣ୍ଡିରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ନୀତି ସମାପନ ହେବା ପରେ ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ସର୍ବଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ସମ୍ପନ୍ନ ହୋଇଛି। ଭକ୍ତ ନ ଥିବାରୁ କେବଳ ସେବକମାନେ ହରିବୋଲ ସହ ଘଣ୍ଟ ତୁରୀ ବଜାଇ ଠାକୁରଙ୍କୁ ବିଜେ କରାଇଥିଲେ। ବିଶ୍ବାସ ରହିଛି ଯେ ଆଡପ ମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କଲେ କୋଟି ଜନ୍ମର ପାପ କ୍ଷୟ ହୋଇଥାଏ। ସେଥିପାଇଁ ଯେଉଁମାନେ ରଥରେ ଠାକୁରଙ୍କୁ ଦର୍ଶନ କରିବାକୁ ସୁଯୋଗ ପାଇ ନଥାନ୍ତି, ସେମାନେ ଆଡପ ମଣ୍ଡପ ଦର୍ଶନ କରିଥାନ୍ତି। ହେଲେ ଚଳିତ ବର୍ଷ କରୋନା ସବୁକିଛି ଛାରଖାର କରିଦେଲା। ଉଭୟ ଭକ୍ତ ଏବଂ ଭଗବାନଙ୍କ ପାଇଁ ଏକ ଦୁଃଖଦାୟକ ଘଟଣା ପାଲଟି ଯାଇଛି।
କରୋନା କଟକଣା ପାଇଁ ପୁରୀରେ କର୍ଫୁ ଜାରି କରାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ପୁରୀ ପ୍ରଶାସନ ଏହି ପଦକ୍ଷେପ ଗ୍ରହଣ କରିଛି। ଏପରିକି ପୁରୀର ସମସ୍ତ ରାସ୍ତାକୁ ମଧ୍ୟ ସିଲ୍ କରି ଦିଆଯାଇଛି।
Powered by Froala Editor