ପୀଡିତାଙ୍କ ପରିବାରକୁ ନ୍ୟାୟ ମିଳିବ: ରାଜ୍ୟପାଳ

ଭୁବନେଶ୍ୱର: ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି । ଏହି ଖବର ଶୁଣି ଗଭୀର ମର୍ମାହତ ଥିବା କହିଲେ ରାଜ୍ୟପାଳ । ରାଜ୍ୟପାଳ କହିଛନ୍ତି ଛାତ୍ରୀଙ୍କ ଅକାଳ ବିୟୋଗ ଶୁଣି ମୁଁ ଗଭୀର ମର୍ମାହତ । ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ ସୁରକ୍ଷିତ ରଖିବାକୁ ଜରୁରୀ ଆବଶ୍ୟକତା ବୋଲି ମନେ ପକାଉଛି । ଘଟଣାରେ ପୀଡିତାଙ୍କ ପରିବାରକୁ ନ୍ୟାୟ ମିଳିବ । ଯେଉଁମାନେ ସଂପୃକ୍ତ ଅଛନ୍ତି ସେମାନଙ୍କ ପାଇଁ ଆଇନ୍ କଡା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ ବୋଲି ରାଜ୍ୟପାଳ କହିଛନ୍ତି ।
Powered by Froala Editor