୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏହାରି ପ୍ରଭାବରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି। ମଙ୍ଗଳବାର ଜଗତ୍ସିଂହପୁରରେ ସର୍ବାଧିକ ୨୯.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୧୬.୦ ମିମି, ବରଗଡ଼ରେ ୧୫.୬ ମିମି, ଭବାନୀପାଟଣାରେ ୧୧.୮ ମିମି, ସୋନପୁରରେ ୧୧.୬ ମିମି ଓ ନୟାଗଡ଼ରେ ୧୦.୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛ ଯେ, ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ସଂଜୀବ ଦ୍ବିବେଦୀ କହିଛନ୍ତି, ଯାଜପୁର, ନୂଆପଡା, ବଲାଙ୍ଗୀର, ସୁବର୍ଣ୍ଣପୁର, ଢେଙ୍କାନାଳ, ଅନୁଗୁଳ ଏବଂ ଦେବଗଡ଼ ଜିଲ୍ଲାକୁ ଏଲୋ ଆଲର୍ଟ ଜାରି କରାଯାଇଛି।
Powered by Froala Editor