ଟ୍ରକକୁ -ବସ୍ ଧକ୍କା, ୩୦ ଯାତ୍ରୀ ଗୁରୁତର

ଜଳେଶ୍ଵର: ଟ୍ରକକୁ ପଛ ପଟୁ ଧକ୍କା ଦେଲା ବସ୍। ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଏନଏଚ୍ ୬୦ ବସ୍ତା ଥାନା ଜୁଣବଳଦା ନିକଟରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକ୍ ରାସ୍ତାକଡରେ ଛିଡା ହୋଇଥିବାବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଯାତ୍ରୀବାହୀ ବସ୍ ଧକ୍କା ଦେଇଥିଲା। ଏଥିରେ ୩୦ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଘରୋଇ ଯାତ୍ରୀବାହୀ ବସ୍ ଟି ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ଵରରୁ କଲିକତା ଅଭିମୁଖେ ଯାଉଥିଲା। ଦୁର୍ଘଟଣାରେ ବସ୍ ର ଆଗ ପଟ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Powered by Froala Editor