ଭୟଙ୍କର ସଡକ ଦୁର୍ଘଟଣା, ୪ ମୃତ
କୋରାପୁଟ: ଭୟଙ୍କର ସଡକ ଦୁର୍ଘଟଣା। କୋରାପୁଟ ଜିଲ୍ଲା ସୁନାବେଡା ଏନଏଚ୍ ୨୬ ନଂ ଜାତୀୟ ରାଜପଥରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ମୃତ, ମେଡିକାଲରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗତକାଲି ସୁନାବେଡା ହାଲ୍ ଗେଷ୍ଟ ହାଉସ୍ ନିକଟରେ ବିଳମ୍ବିତ ରାତିରେ ଦୁଇଟି କାର୍ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣଙ୍କର ମେଡିକାଲରେ ମୃତ୍ୟୁ ଘଟିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Powered by Froala Editor