ପ୍ରବଳ ବର୍ଷା: ଏହି ଜିଲ୍ଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ଦକ୍ଷିଣ ଓଡ଼ିଶା, ଉପକୂଳ ଆନ୍ଧ୍ରପ୍ରଦେଶ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହିତ ଉତ୍ତର ବିହାର କେନ୍ଦ୍ରୀୟ ଅଞ୍ଚଳ, ଓଡ଼ିଶା ଏବଂ ଝାଡ଼ଖଣ୍ଡ ମଧ୍ୟରେ ଏକ ନିମ୍ନଚାପରେଖା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ଏବଂ ନିମ୍ନଚାପରେଖା ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିଛି।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ ରାୟଗଡ଼ା ଜିଲାକୁ ପ୍ରବଳ ବର୍ଷା, ବଜ୍ରପାତ, ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୨ତାରିଖରୁ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ତାରିଖରୁ ତିନିଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
Powered by Froala Editor