ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କ ସହ ଗଣଦୁଷ୍କର୍ମ
ଯାଜପୁରରେ ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କ ସହ ଗଣଦୁଷ୍କର୍ମ ହୋଇଥିବା ଖବର ସାମ୍ନାକୁ ଆସିଛି। ୨ଜଣ ହକି ପ୍ରଶିକ୍ଷକଙ୍କ ସମେତ ୩ ଜଣଙ୍କ ନାଁରେ ନାବାଳିକାଙ୍କ ଅଭିଯୋଗ ହୋଇଛି। ଏନେଇ ଟାଉନ୍ ଥାନାରେ ମାମଲା ରୁଜୁ ହୋଇଛି। କୋର୍ଟରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି।
ସୂଚନା ମୁତାବକ, ଏକ ଲଜ୍କୁ ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ୩ ଜଣଙ୍କ ନାଁରେ ଅଭିଯୋଗ ନେଇ ଯାଜପୁର ଏସ୍ପି ସ୍ପଷ୍ଟ କରିଛନ୍ତି। ୨ଜଣ ହକି ପ୍ରଶିକ୍ଷକ ଅଟକ ରହିଛନ୍ତି। ଆଉ ଜଣେ ଅଭିଯୁକ୍ତ ଫେରାର ଅଛନ୍ତି।
Powered by Froala Editor