ପ୍ଲାଷ୍ଟିକ୍ ବୋତଲରେ ବିକ୍ରି ହେବନି ପେଟ୍ରୋଲ, ଆସିବ ଗାଇଡ୍ଲାଇନ
ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରୁଥିବା ଦୋକାନୀଙ୍କ ଉପରେ ସରକାର ନେବେ କଠୋର କାର୍ଯ୍ୟାନୁଷ୍ଠାନ । କିନ୍ତୁ ପ୍ଲାଷ୍ଟିକ ବୋତଲ ବଦଳରେ କାଚ ବୋତଲରେ ପେଟ୍ରୋଲ ମିଳିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ପେଟ୍ରୋଲିୟମ ନିୟମ ଅନୁଯାୟୀ ଆଇନ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ଯେଉଁମାନେ ଆଇନ ବିରୁଦ୍ଧରେ କାର୍ଯ୍ୟ କରିବେ ସେନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ । ବାହାରେ ବିକ୍ରି ରୋକିବା ପାଇଁ ଚଢ଼ଉ ହେବ ବୋଲି ମନ୍ତ୍ରୀ କହିଛନ୍ତି । ଆଗାମୀ ଦିନରେ ସରକାର ଏ ନେଇ ଆଣିବେ ଗାଇଡ୍ ଲାଇନ୍ ।
ପେଟ୍ରୋଲ ପମ୍ପ ସଙ୍ଘ ଓ ଯୋଗାଣ ମନ୍ତ୍ରୀଙ୍କ ବୈଠକ ପରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ସମସ୍ତ ଜିଲ୍ଲାପାଳଙ୍କୁ ଏନେଇ ନିର୍ଦ୍ଦେଶ ମଧ୍ୟ ଦିଆଯିବ ।
Powered by Froala Editor