ଆଜି ଏହି ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର : ଦକ୍ଷିଣ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଠାରେ ବିଜୁଳି ଘଡ଼ଘଡ଼ି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା ଏବଂ ନବରଙ୍ଗପୁର ଜିଲାରେ ପବନ ସହ ବିଜୁଳି ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
Powered by Froala Editor