କୋଟିଆକୁ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ବସ୍ ସେବା
ଭୁବନେଶ୍ୱର: ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। କୋରାପୁଟ କୋଟିଆକୁ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ବସ୍ ସେବା ଆରମ୍ଭ ହେବ।କୋଟିଆ ଉପରେ ଆନ୍ଧ୍ରର ନଜର ରହିଛି। କୋଟିଆରେ ଖଣି ଖାଦାନ ଭରି ରହିଛି, ସେଠାରେ ଗୋଟିଏ ପାହାଡ଼କୁ ସୁନା ପାହାଡ଼ କୁହାଯାଏ। ଏହାର ସଦୁପଯୋଗ ପାଇଁ ଖଣି ବିଭାଗ ପଦକ୍ଷେପ ନେଉଛି ବୋଲି ମନ୍ତ୍ରୀ ଜେନା ପ୍ରକାଶ କରିଛନ୍ତି।
Powered by Froala Editor