ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘର ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଚଢାଉ କରାଯାଇଛି। ବିଏମସି ଅଫିସ ସମେତ ବଡ଼ଗଡ଼ ବ୍ରିଟ୍ କଲୋନୀରେ ଥିବା ତିନିମହଲା ଘର, ବାଲିଅନ୍ତା ଫାର୍ମହାଉସ, ରାୟଗଡ଼ା ଗୁଣୁପୁରରେ ଥିବା ପୈତୃକ ଘର ରେଡ୍ କରାଯାଉଛି। ଭିଜିଲାନ୍ସର ୬ ଜଣ ଡିଏସ୍ପି, ୧୦ ଜଣ ଇନ୍ସପେକ୍ଟର ଚଢାଉରେ ସାମିଲ ଅଛନ୍ତି।
Powered by Froala Editor