ଆଜିଠୁ ତିନିଦିନ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା
ଭୁବନେଶ୍ଵର: ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଛି। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ। ଉତ୍ତର ଓଡିଶା ଓ ଏହାର ପାଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜିଠାରୁ ତିନିଦିନ ଧରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor