ଆଜି ୪ଘଣ୍ଟା ଜଗା ଦର୍ଶନ ବନ୍ଦ
ପୁରୀ: ଶ୍ରାବଣ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଗୁରୁବାର ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ପ୍ରଥମ ଭୋଗ ମଣ୍ଡପ ଶେଷ ହେବା ପରେ ଶ୍ରୀମନ୍ଦିରରେ ଅପରାହ୍ଣ ୨.୩୦ରୁ ସନ୍ଧ୍ୟା ୬.୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସୂଚନା ମୁତାବକ, ଶ୍ରାବଣ ମାସ କୃଷ୍ଣ ପକ୍ଷ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କର ଚିତାଲାଗି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ଯୋଗୁ ଶ୍ରୀମନ୍ଦିରର ସମସ୍ତ ଦ୍ବାର ବନ୍ଦ କରାଯାଇ ପ୍ରାୟ ୪ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ଚିତାଲାଗି ନୀତିରେ ଶ୍ରୀବିଗ୍ରହଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି କରାଯିବ।
Powered by Froala Editor