ଆଇଏଏସ୍ ଧୀମାନ ଚକ୍ମାଙ୍କୁ ସର୍ତ୍ତମୂଳକ ଜାମିନ
ଭିଜିଲାନ୍ସ ଦ୍ବାରା ଗିରଫ ହୋଇ ଜେଲରେ ଥିବା ଆଇଏଏସ୍ ଅଧିକାରୀ ଧୀମାନ ଚକ୍ମାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନରେ ଛାଡ଼ ପାଇବା ପରେ ସେ ଅଦାଲତଙ୍କ ବିନା ଅନୁମତିରେ ଭାରତ ବାହାରକୁ ଯାଇ ପାରିବେ ନାହିଁ। ତଦନ୍ତରେ ସହଯୋଗ କରିବେ। ତଦନ୍ତକାରୀ ଅଧିକାରୀ ଯେତେବେଳେ ଚାହିଁବେ ସେ ତାଙ୍କ ନିକଟରେ ଉପସ୍ଥିତ ରହିବେ ବୋଲି ହାଇକୋର୍ଟ ସର୍ତ୍ତାରୋପ କରିଛନ୍ତି। ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ଚକ୍ମାଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।
ସୂଚନାଯୋଗ୍ୟ, ଧର୍ମଗଡ଼ର ପୂର୍ବତନ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକ୍ମା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ଵାରା ଧରା ପଡ଼ିଥିଲେ। ତାଙ୍କ ସରକାରୀ ଘର ତନଖିବେଳେ ଭିଜିଲାନ୍ସ ଟିମ୍ ୪୭ ଲକ୍ଷ ଟଙ୍କା ଠାବ କରିଥିଲା। ଜଣେ ବ୍ୟବସାୟୀଙ୍କଠାରୁ ୨୦ ଲକ୍ଷ ଟଙ୍କା ଦାବି କରି ୧୦ ଲକ୍ଷ ନେବାବେଳେ ଭୁବନେଶ୍ୱରରୁ ଆସିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲେ। ଭିଜିଲାନ୍ସ ଦ୍ବାରା ଗିରଫ ପରେ ତାଙ୍କୁ ନିଲମ୍ବନ କରାଯାଇଥିଲା।
Powered by Froala Editor